ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଏମିତି କହିଲେ ପ୍ରସନ୍ନ !

ଭୁବନେଶ୍ୱର : ରାଜନୀତିରେ ଦେଖିବାକୁ ମିଳିଛି କିଛି ରୋଚକ ଦୃଶ୍ୟ। ମୁଖ୍ୟମନ୍ତ୍ରୀଙ୍କ ପାଇଁ ବାହାରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ଆଜି ବିଧାନସଭାରେ ବଜେଟ ଅଧିବେଶନର ତୃତୀୟ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ବାହାରିଥିଲେ ପ୍ରସନ୍ନ ଆଚାର୍ଯ୍ୟ । ସେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଦିବାସୀ ସମ୍ପ୍ରଦାୟର ସରଳ ଅମାୟିକ ଲୋକ ବୋଲି କହିଥିଲେ । ଏହାଛଡା ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ବିଭିନ୍ନ କଥାକୁ ନେଇ ଟ୍ରୋଲ କରାଯାଉଥିବାରୁ ତାଙ୍କୁ ଆଉ ଆଗକୁ ଟ୍ରୋଲ ନକରିବାକୁ ଜନସାଧାରଣଙ୍କୁ ଅପିଲ୍ କରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ତେବେ ହଠାତ୍ ବିରୋଧୀ ଦଳର ଉପନେତା ମୁଖ୍ୟମନ୍ତ୍ରୀଙ୍କ ପାଇଁ କାହିଁକି ଏମିତି କହିଲେ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । କିନ୍ତୁ ଏହି ପ୍ରସଙ୍ଗ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଥିବା ବେଳେ ଧୀରେ ଧୀରେ ପ୍ରସନ୍ନ ବିଜେପି ଆଡକୁ ଢଳୁଥିବା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି ।