Breaking NewsFeaturedଜାତୀୟ
ଦିଲ୍ଲୀ ରେଳଷ୍ଟେସନରେ ଦଳାଚକଟାରେ ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା । ଯେଉଁଥିରେ ପ୍ରାୟ ୧୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି । ଷ୍ଟେସନର ୧୪ ଏବଂ ୧୫ ନମ୍ବର ପ୍ଲାଟଫର୍ମରେ ପ୍ରବଳ ଭିଡ଼ ଯୋଗୁଁ ଏହି ଅଘଟଣ ଘଟିଛି । ତେବେ ଦିଲ୍ଲୀର ଲୋକନାୟକ ହସ୍ପିଟାଲ କର୍ତ୍ତୃପକ୍ଷ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି । ରେଳ ଅଧିକାରୀଙ୍କ ଅନୁଯାୟୀ, ରବିବାର ଛୁଟିଦିନ ଥିବାରୁ ଶନିବାର ପ୍ରୟାଗରାଜ ଯିବା ପାଇଁ ବହୁ ସଂଖ୍ୟକ ଲୋକ ଏକାଠି ହୋଇଥିଲେ । ଫଳରେ ଏଭଳି ଅଘଟଣ ଘଟିଛି । ଗତକାଲି (ଶନିବାର) ରାତି ପ୍ରାୟ ୮.୩୦ ସମୟରେ ଏହି ଅଘଟଣ ଘଟିଛି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ମୃତକଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଓ ଆହତମାନଙ୍କୁ ୨.୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛି ଭାରତୀୟ ରେଳବାଇ ।