Breaking NewsFeaturedଓଡ଼ିଶାରାଜନୀତି

୩ ଲକ୍ଷ ଭୂତ ନେଉଥିଲେ ରାସନ୍ ଚାଉଳ

ଭୁବନେଶ୍ୱର : ରାଜ୍ୟରେ ପାଖାପାଖି ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ୍ ଚାଉଳ । ବିଧାନସଭାରେ ଆଜି ଏ ସମ୍ପର୍କରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭାରେ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି, ତାର ରିପୋର୍ଟ ମାଗିଥିଲେ । ଯାହାର ଉତ୍ତରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା । ଏହାଛଡା ସେ କହିଛନ୍ତି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ପିଡିଏସ୍ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ।

ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ପିଡିଏସ୍ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି କରାଇଛନ୍ତି । ତେବେ ଯାଞ୍ଚ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କୁ ରାସନ କାର୍ଡ ତଥ୍ୟାବଳୀରେ ଚିହ୍ନଟ କରାଯାଇ ବାଦ୍ ଦିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ରାଜ୍ୟରେ ଇ-କେଓ୍ୱାଇସି ଯାଞ୍ଚ ସମୟରେ, ୧୬ ହଜାର ୧୮୪ ଜଣ ଅଯୋଗ୍ୟ ପରିବାର ରାସନ କାର୍ଡ ହାତେଇଥିବା ନେଇ ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com