
ନୂଆଦିଲ୍ଲୀ: ଶପଥ ନେଲେ ରେଖା ଗୁପ୍ତା । ଦିଲ୍ଲୀର ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ଦିଲ୍ଲୀର ରାମଲୀଳା ମୈଦାନରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରେଖାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଭି କେ ସକ୍ସେନା । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ତଥା ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ । ତେବେ ଦିଲ୍ଲୀରେ ରେଖାଙ୍କ ସହ ଅନ୍ୟ କ୍ୟାବିନେ ମିନିଷ୍ଟରମାନେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି ।