Breaking NewsFeaturedଐତିହ୍ୟ ଓ ସଂସ୍କୃତିଜାତୀୟ

ଶେଷ ହେବ ମହାକୁମ୍ଭ ମେଳା; ଏବେ ସୁଦ୍ଧା ୬୦କୋଟିରୁ ଅଧିକ ଲୋକ ବୁଡ ପକେଇସାରିଲେଣି

ଉତ୍ତରପ୍ରଦେଶ : ଆଉ ୫ଦିନ ପରେ ସରିବ ବିଶ୍ବପ୍ରସିଦ୍ଧ ମହାକୁମ୍ଭ । ଶେଷ ସପ୍ତାହରେ ପ୍ରୟାଗରାଜରେ ପୁଣି ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ। ରେଳଷ୍ଟେସନ,ବସଷ୍ଟପରେ ରହିଛି ସ୍ବତନ୍ତ୍ର ବ୍ୟବସ୍ଥା । ତ୍ରିବେଣୀ ସଂଗମରେ ବୁଡ ପକାଇବାକୁ ପ୍ରତିଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବୁଡ ପକାଉଛନ୍ତି । ଏ ଯାବତ୍ ୬୦କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇ ସାରିଲେଣି । ପାରମ୍ପରିକ ରୀତିନୀତି ପରେ ବୁଡ ପକାଉଛନ୍ତି ବିଭିନ୍ନ ସ୍ଥାନରୁ ଆସିଥିବା ଶ୍ରଦ୍ଧାଳୁ । ଆଜି ଗୋଟିଏ ଦିନରେ ପାଖାପାଖି ୩୩ଲକ୍ଷ ଲୋକ ବୁଡ ପକାଇଛନ୍ତି । ଆସନ୍ତା ଶିବରାତ୍ରିରେ ଶେଷ ଅମୃତସ୍ନାନ ହେବ । ପୌଷ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା ମହାକୁମ୍ଭ ।

ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ପୂରା ପ୍ରୟାଗରାଜକୁ କଡ଼ା ସୁରକ୍ଷା ବ୍ୟବସ୍ଥାରେ ରଖାଯାଇଛି କୌଣସି ପ୍ରକାର ଅଘଟଣ ଯେପରି ନ ଘଟେ ସେନେଇ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଧ୍ୟାନ ଦିଆଯାଇଛି । ଜିଲ୍ଲାବାହାରୁ ଆସୁଥିବା ଗାଡିକୁ ସୀମତ ରଖାଯାଇଛି । ଭିଡକୁ ନିୟନ୍ତ୍ରଣ ପାଇଁ ଅଧିକ ସୁରକ୍ଷାକର୍ମୀଙ୍କୁ ମଧ୍ୟ ମୁତୟନ କରାଯାଇଛି ।ସେପଟେ ଦଳାଚକଟା ଯେପରି ନଘଟେ ସେନେଇ ଘାଟ ଉପରେ କଡ଼ା ନଜର ରଖାଯାଇଛି। ଟ୍ରାଫିକ ବ୍ୟବସ୍ଥା ସବୁଠୁ ବଡ ଚ୍ୟାଲେଞ୍ଜ ।ତେଣୁ ଗାଡି ଗୁଡିକୁ ଡାଇଭର୍ଟ କରାଯିବା ଏବେ ୟୁପି ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ପାଲଟିଛି।

Related Articles

Back to top button
WP Twitter Auto Publish Powered By : XYZScripts.com