Breaking NewsFeaturedଓଡ଼ିଶା

ଆହୁରି ଦୁଇ ଦିନ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ଆହୁରି ଦୁଇ ଦିନ ଯାଏଁ ବର୍ଷା ହେବ । ଆଗାମୀ ୨ ଦିନ ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ କିଛି ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ । ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏଭଳି ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି ପାଇଁ ୪ ଜିଲ୍ଲା ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଅନ୍ୟପଟେ ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ଏହି ୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ରୁ ୧ ଯାଏ ପାଗ ଶୁଖିଲା ରହିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com