Breaking NewsFeaturedଓଡ଼ିଶା

ଚଳିତ ମାସରେ ଦୁଇଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ଚଳିତମାସ ୬ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା । ସେହିଭଳି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ। ହିତାଧିକାରୀଙ୍କୁ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଏବେ ୬ ତାରିଖରେ ୫ ପର୍ଯ୍ୟାୟ ଟଙ୍କା ମିଳିବ। ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ। ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ଏହି ସମୟ ମଧ୍ୟରେ ଯେଉଁମାନେ ବି ଆବେଦନ କରିବେ, ସେମାନଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com