ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ। ଆସନ୍ତା ୧୮ ତାରିଖରେ ହେବ ଏହାର ପରବର୍ତ୍ତୀ ଶୁଣାଣି । ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ବି ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ସିବିଆଇ ତନାଘନା ଚଳାଇଥିଲା ।
କିନ୍ତୁ ସମସ୍ତ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଥିଲେ ବିଷ୍ଣୁପଦ । ସେ କହିଥିଲେ, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ ମରିଛି । କେବେ କୌଣସି କାମରେ ଆଜି ପର୍ଯ୍ୟନ୍ତ ଖିଲାପ କରିନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ବରଂ ତାଙ୍କୁ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଥିବା କହିଥିଲେ ବିଷ୍ଣୁପଦ । ଏହାଛଡା ତାଙ୍କୁ ଏବଂ ତାଙ୍କ ପରିବାରକୁ ମାନସିକ ସ୍ତରରେ ହଇରାଣ କରାଯାଉଥିବା ସେ କହିଥିଲେ।