ଓଡ଼ିଶା

୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି; କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ

ନୟାଗଡ଼: ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବାର ସୂଚନା ରହିଛି । ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠି ପୂଜାର୍ଚ୍ଚନା ପରେ ଅନ୍ୟ କାର୍ୟ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି ।

Related Articles

Back to top button
WP Twitter Auto Publish Powered By : XYZScripts.com