
କଟକ: ମିଳୁଛି ବେଆଇନ ବନ୍ଧୁକ । କଟକରୁ ଠାବ କଲା ଏସଟିଏଫ୍ । କଟକ ବୟାଳିଶ ମୌଜାରୁ ଠାବ ହେଲା ବନ୍ଧୁକ କାରଖାନା । ଶହ ଶହ ବନ୍ଧୁକ ସହ ଜବତ ହୋଇଛି ମାଗାଜିନ୍ । ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ । କୌଣସି ସୂତ୍ରରୁ ଖବର ପାଇ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ଏହି ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା । ଚଢାଉ ବେଳେ ବିପୁଳ ପରିମାଣର ବନ୍ଧୁକ ସହ ବନ୍ଧୁକ ତିଆରି ସାମଗ୍ରୀ ଜବତ କରାଯାଇଛି । ଜଙ୍ଗଲ ଭିତରେ ନିଛାଟିଆ ଜାଗାରେ ବନ୍ଧୁକ କାରଖାନା ହୋଇଥିଲା । ସରୋଜ ଚଦ୍ର ବେହେରା ନାମକ ବ୍ୟକ୍ତିଙ୍କ ଘରେ ଏହି ବେଆଇନ ବନ୍ଧୁକ କାରଖାନା ତିଆରି କରି ହତିଆର କାରବାର ଚାଲିଥିଲା । ଦୀର୍ଘ ଦିନ ହେବ ଏହି କାରଖାନା ଚାଲି ଆସୁଥିଲା ।