Breaking NewsFeaturedଓଡ଼ିଶା
ଭୁବନେଶ୍ୱରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ । ତାଙ୍କ ମରଶରୀରକୁ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ଥିବ ଶରୀରକୁ ଦିଆଯାଉଛି ସମ୍ମାନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ, ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତ ରହି ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ।