Featuredଓଡ଼ିଶାଶିକ୍ଷା

ଏପ୍ରିଲ ୨ରୁ ନୂଆ ନିୟମ: ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ସମୟ ସୀମା ଧାର୍ଯ୍ୟ

ଭୁବନେଶ୍ୱର: ଏପ୍ରିଲ ୨ରୁ ଲାଗୁ ହେବ ନୂଆ ନିୟମ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଧାର୍ଯ୍ୟ କରାଯାଇଛି ସମୟ ସୀମା । ନାମ ଲେଖାଇବା ପାଇଁ ଏକ ଶିଶୁର ବୟସ ୬ ହେଇଥିବା ଆବଶ୍ୟକ ।
୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍‌ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ରାଜ୍ୟରେ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାର ଗୁରୁତ୍ୱକୁ ଗୁରୁତ୍ୱ ଦିଆଯାଇ ‘ଶିଶୁ ବାଟିକା’ ନାମରେ ଏକ ଅତିରିକ୍ତ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।
ଏଥିପାଇଁ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ତରଫରୁ ପିଲାଙ୍କ ପାଇଁ କାର୍ୟ୍ୟ ପୁସ୍ତିକା ଓ ଶିକ୍ଷକଙ୍କ ପାଇଁ ଶିକ୍ଷକ ସହାୟକ ପୁସ୍ତିକା ପ୍ରସ୍ତୁତ କରାଯାଇଛି। ଏହାକୁ ବିଦ୍ୟାଳୟରେ ବଣ୍ଟନ କରିବାକୁ ବ୍ୟବସ୍ଥା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com