ଓଡ଼ିଶା
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି

କଟକ: ନିଯୁକ୍ତ ହେଲେ ନୂଆ ମୁଖ୍ୟ ବିଚାରପତି । ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନ ନିଯୁକ୍ତି ପାଇଛନ୍ତି । ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ତାଙ୍କୁ ନିଯୁକ୍ତ କରାଯାଇଛି । ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଭାବେ କାର୍ୟ୍ୟରତ ଜଷ୍ଟିସ୍ ଟଣ୍ଡନ୍ । କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ଟ୍ବିଟ୍ କରି ଅବଗତ କରାଇଛନ୍ତି ।