
ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ମେଘୁଆ ପାଗକୁ ଝିପ ଝିପ ବର୍ଷା । ବର୍ଷାରେ ଭିଜୁଛି ଓଡ଼ିଶା । ହୋଇଛି ପାଗରେ ପରିବର୍ତ୍ତନ । ଆସନ୍ତା ୨୪ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ତେବେ ଆସନ୍ତା ୨୪ ତାରିଖ ଯାଏ ଏଭଳି ପାଗ ରହିବ। ସେହିପରି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲା। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ। ତେବେ ଗତ ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ତାଣ୍ଡବ ରଚିଥିଲା ବେଳେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା।