
ଭୁବନେଶ୍ୱର: କାଲି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ନେଇ ସୁରକ୍ଷାକୁ ଦିଆଯାଇଛି ପ୍ରାଧାନ୍ୟ । ଦିନ ୧.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ । ସ୍ୱତନ୍ତ୍ର ବିମାନରେ ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବାକୁ ଯୋଜନା ରହିଛି । ପରେ ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ଏହାପରେ କାଳିଆପଲ୍ଲୀ ଗ୍ରାମରରେ ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ୟ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ।
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି ।