Featuredଓଡ଼ିଶା

କାଲି ଛେଚିଲା ଆଜି ବି ବର୍ଷିବ

ଭୁବନେଶ୍ୱର: କାଲିର ତାଣ୍ଡବ ପରେ ଆଜି ମଧ୍ୟ ଜାରି ରହିଛି କୋହଲା ପାଗ ସାଙ୍ଗକୁ ବର୍ଷା । ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ପରି ବର୍ଷା ଦେଖିବାକୁ ମିଳିଛି । ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ପବନ ହୋଇ ବ୍ୟାପକ କ୍ଷତି ଘଟିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com