
ଭୁବନେଶ୍ୱର: ପୂର୍ବତନ ରାଜ୍ୟ ସଭାପତି ଓ କେନ୍ଦ୍ରମନ୍ତ୍ରୀ ଡ.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ, ଡ. ପ୍ରଧାନ ଥିଲେ ଓଡ଼ିଶାର ଜଣେ ସ୍ଥିତପ୍ରଜ୍ଞ ତଥା ଉତ୍ସଗୀକୃତ ରାଜନେତା । ନିଜର ନମ୍ରତା ଓ ଭଳପାଇବା ମାଧ୍ୟମରେ ସମସ୍ତଙ୍କୁ ନିଜର କରିପାରିଥିଲେ । ତାଙ୍କର ନିଷ୍ଠା, କଠିନ ପରିଶ୍ରମ ଓ ପ୍ରତିବଦ୍ଧତା ବଳରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟିକୁ ପ୍ରତିଷ୍ଠିତ କରିବାରେ ଅଗ୍ରଣୀ ଭୂମିକା ନେଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟ ପ୍ରଭାରୀ ଶ୍ରୀ ଅରୁଣ ସିଂହ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବାଚସ୍ପତି ଶ୍ରୀମତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ, ଶ୍ରୀମତି ପ୍ରଭାତୀ ପରିଡ଼ା, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡା, ବିମ୍ବାଧର କୁଅଁର, ବରିଷ୍ଠ କଂଗ୍ରେସ ନେତା ପଂଚାନନ କାନୁନ୍ଗୋ, ନିରଞ୍ଜନ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ଘଡେଇ, ବିଧାୟକ ପ୍ରସନ୍ନ ଆଚାର୍ୟ୍ୟ, ଦେବୀ ପ୍ରସାଦ ମିଶ୍ର, ପ୍ରଫୁଲ୍ଲ ସାମଲ, ଅମର ଶତପଥୀ, ସାଂସଦ ଅନନ୍ତ ନାୟକ, ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରୋଜ ମିତ୍ର, ସୋମ୍ୟରଞ୍ଜନ ପଟ୍ଟନାୟକ, ପୂର୍ବତନ ସାଂସଦ ତଥାଗତ ଶତପଥୀ, ଐର ଖାରବେଳ ସ୍ୱାଇଁ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀ, ଆପ ନେତା ନିଶିକାନ୍ତ ମହାପାତ୍ର, ବିଶିଷ୍ଟ ସ୍ତମ୍ଭକାର ପ୍ରଦୁମ୍ନ ଶତପଥୀ, ସାମ୍ବାଦିକ ରାଜାରାମ ଶତପଥୀ, ଶ୍ରମିକ ନେତା କୃଷ୍ଣ ଚନ୍ଦ୍ର ମିଶ୍ର, ପ୍ରମୁଖ ନିଜ ବକ୍ତବ୍ୟ ମାଧ୍ୟମରେ ଡ. ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କାର୍ୟ୍ୟକ୍ରମ ପରିଚାଳନା କରିଥିବାବେଳେ ବରିଷ୍ଠ ନେତା ଶ୍ରୀ ସଜ୍ଜନ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ବିଜେଡି, କଂଗ୍ରେସ, କମ୍ୟୁନିଷ୍ଟ, ଆପ୍ ଦଳର ବରିଷ୍ଠ ଓ ପ୍ରମୁଖ ନେତୃବୃନ୍ଦଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ, ଧାର୍ମିକ ସଂଗଠନ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ, ସାମ୍ବାଦିକ, ଡାକ୍ତର, ଅଧିବକ୍ତାମାନେ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ଡକ୍ଟର ପ୍ରଧାନଙ୍କ ସ୍ମୃତିଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।