ଜାତୀୟ
ଭୂମିକମ୍ପରେ ଥରିଲା ମିଆଁମାର ଓ ଥାଇଲ୍ୟାଣ୍ଡ

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ମିଆଁମାର । ଶୁକ୍ରବାର ମିଆଁମାରରେ ୭.୭ ଏବଂ ୬.୪ ତୀବ୍ରତାର ଦୁଇଟି ଲଗାତାର ଭୂମିକମ୍ପ ଅନୁଭୂତ ହୋଇଛି । ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା । ମିଆଁମାରର ମାଣ୍ଡାଲେରେ ଥିବା ଆଭା ସେତୁ, ଇରାୱାଡି ନଦୀରେ ଭୁଶୁଡ଼ି ପଡ଼ିଥିବା ସୂଚନା ରହିଛି । ଏହାସହ ଏହି ବଡ଼ ଭୂମିକମ୍ପ ଯୋଗୁଁ ଅନେକ କୋଠା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି, ଯାହାର କେନ୍ଦ୍ରସ୍ଥଳ ସାଗାଇଙ୍ଗ ନିକଟରେ ଥିଲା ।