
ଭୁବନେଶ୍ୱର: ମିଳିବ ତାତିରୁ ତ୍ରାହି । ୧୨ ଯାଏଁ ବର୍ଷିବ । ଭିଜିବ ଓଡ଼ିଶା । ୧୨ ଯାଏଁ କାଳବୈଶାଖୀ ବର୍ଷା ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେଇଛି । ଆଗାମୀ ୨୪ଘଣ୍ଟା ଯାଏଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ତୀବ୍ରତା ବଜାୟ ରଖିବା ସହ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଦିଗ ବଦଳାଇ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେ ଧିରେ ଦୁର୍ବଳ ହେବ ।