
କଟକ: ଆଜି ଓଡ଼ିଶା ଆସୁଛନ୍ତି ଜେ ପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଏପ୍ରିଲ ୧୧ରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା, ଓଡିଶାବାସୀଙ୍କ ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏଥିପାଇଁ ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନଡ୍ଡା । ଆଜି ଅପରାହ୍ନ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସିଧା କଟକରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ୟ୍ୟକ୍ରମରେ ଯୋଗଦେବେ । ଏହାପରେ ୧୨ ତାରିଖରେ ପୁରୀରେ ବିଜେପି ପ୍ରଶିକ୍ଷଣ ଶିବିର ଉଦ୍ଘାଟନ କରିବେ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।