
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ଖୁସି ଖବର ଦେଲେ ମୋହନ ସରକାର । ବଢିଲା କର୍ମଚାରୀଙ୍କ ମହଙ୍ଗା ଭତ୍ତା । ଦୁଇ ପ୍ରତିଶତ ମହଙ୍ଗା ଭତ୍ତାକୁ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା ।
ଏହା ସହିତ ପେନ୍ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।