Featuredଓଡ଼ିଶା

୧୯ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଭୁବନେଶ୍ୱର: ଏପି୍ରଲ ୧୯ରେ ଓଡ଼ିଶା ଆସିବେ କେନ୍ଦ୍ର କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଏନେଇ ସୋମବାର ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ସେ କହିଛନ୍ତି ଯେ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ଏପ୍ରିଲ ୧୯ ତାରିଖରେ ଭୁବନେଶ୍ୱର ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିବେ। ଏହା ଓଡ଼ିଶା ପାଇଁ ସୁବର୍ଣ୍ଣ ସମୟ କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ ପାଇଁ କାର୍ୟ୍ୟ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି ବୋଲି ସେ କହିଛନ୍ତି ।

Related Articles

Back to top button