ଓଡ଼ିଶା

ରାଜ୍ୟରେ ଗଠନ ହେଲା ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ

ଭୁବନେଶ୍ୱର : ରାଜ୍ୟରେ ଗଠନ ହେଲା ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ ଗଠନ କରିଛନ୍ତି ରାଜ୍ୟ ସରକାର । ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ପରାମର୍ଶ କ୍ରମେ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି କୋର୍ଟ ଗୁଡିକ ଖୋର୍ଦ୍ଧା ଜିଲ୍ଲାର ବାଣପୁର, କଟକ ଜିଲ୍ଲାର ବାରଙ୍ଗ ଓ କଣ୍ଟାପଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ଭଦ୍ରକ ଜିଲ୍ଲାର ତିହିଡ଼ି, ପୁରୀ ଜିଲ୍ଲାର ସତ୍ୟବାଦୀ, ଯାଜପୁର ଜିଲ୍ଲାର ରସୁଲପୁର, କୋରେଇ ଓ ଧର୍ମଶାଳା, ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, ସୋନପୁର ଜିଲ୍ଲାର ଉଲୁଣ୍ଡା, ବରଗଡ଼ ଜିଲ୍ଲାର ଭଟଲି, ଝାରସୁଗୁଡ଼ା ଜିଲ୍ଲାର କୋଲାବିରା, ବଲାଙ୍ଗୀର ଜିଲ୍ଲାର ପାଟଣାଗଡ, କନ୍ଧମାଳ ଜିଲ୍ଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, କୋରାପୁଟ ଜିଲ୍ଲାର ପଟାଙ୍ଗୀ ଏବଂ ମାଲକାନଗିରି ଜିଲ୍ଲାର ଖଇରପୁଟ ଆଦି ଅଞ୍ଚଳରେ ବସିବ । ନିଜ ଅଞ୍ଚଳରେ କୋର୍ଟ ପ୍ରତିଷ୍ଠା ହେଲେ ଲୋକମାନେ ଉପକୃତ ହେବେ  ।

Related Articles

Back to top button
WP Twitter Auto Publish Powered By : XYZScripts.com