ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ

ଭୁବନେଶ୍ୱର : ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ଆଗକୁ ଅଧିକ ସଂଖ୍ୟକ ସୁରକ୍ଷା ବାହିନୀ ନିୟୋଜିତ ହେବେ ବୋଲି କହିଥିଲେ ରାଜ୍ୟ ସରକାର । ଯାହାକୁ ଏବେ କାର୍ଯ୍ୟକାରୀ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାରେ  ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଦାୟିତ୍ୱ ନେବାକୁ ପୁଲିସ ମୁଖ୍ୟାଳୟର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି ।

ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ନିୟୋଜିତ ହୋଇଛନ୍ତି ତାପସ ରଞ୍ଜନ ଦାସ। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ। ବାଟାଲିୟନରେ ଅଭିଜ୍ଞତା ଥିବା ପୁଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନି ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ। ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ଏବେ ଏହି ସଂଖ୍ୟା ୧୨ ଶହରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି।

ତେବେ ଏହି ସୁରକ୍ଷା ବାହିନୀ ଆଣ୍ଟି ଟେରୋରିଷ୍ଟ ଅପରେସନ, ଶୃଙ୍ଖଳିତ ଦର୍ଶନ. ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ। ବାରମ୍ବାର ଶ୍ରୀମନ୍ଦିର ଭିତରେ ଫଟୋ ଉଠିବା, ମନ୍ଦିର ଉପରେ ଡ୍ରୋନ ଉଡ଼ିବା ଏବଂ ଅତ୍ୟଧିକ ଭିଡ଼ଯୋଗୁ ହେଉଥିବା ସମସ୍ୟା ଏବେ ଦୂର ହେବ ବୋଲି ଆଶା କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com