ଓଡ଼ିଶା
ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାମ

ଭୁବନେଶ୍ବର : ଓଡ଼ିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସୋମବାର ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଯୋଗାଣ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପାକିସ୍ତାନ, ବାଲାଂଦେଶ, ମିଆଁମାରର ନାଗରିକ ଓଡ଼ିଶାରେ ଅନୁପ୍ରବେଶ କରି ସମସ୍ତ ସୁବିଧା ହାସଲ କରିଛନ୍ତି । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି । ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡ କଟିବା ପରେ ପ୍ରକୃତ ହିତାଧିକାରୀଙ୍କ ସଂଖ୍ୟା ଜଣାପଡ଼ିବ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।