ଓଡ଼ିଶା
ଚାଷୀଙ୍କ ଖାତାକୁ ଗଲା ୧ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା

ଭୁବନେଶ୍ୱର : ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ CM କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର OUATର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଖାତାକୁ CM କିଷାନ ଟଙ୍କା ପଠାଇଛନ୍ତି। ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀମାନଙ୍କ ଖାତାକୁ ଯାଇଛି ଏହି ଟଙ୍କା ।