ଓଡ଼ିଶାଜାତୀୟ

କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ରେଳ ପ୍ରକଳ୍ପ

ଭୁବନେଶ୍ବର : ତ୍ରିଶୁଳିଆ ନୁହେଁ, କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ରେଳ ପ୍ରକଳ୍ପ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବରୁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରସେନ ସୂଚନା ଅନୁଯାୟୀ, ମେଟ୍ରୋ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପଥ ନିର୍ମାଣ ହେବ ବୋଲି କୁହାଯାଇଥିଲା । ଏବେ କିନ୍ତୁ ଏହି ପ୍ରକଳ୍ପ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବଡ ମେଡିକାଲ ଯାଏଁ ସଂପ୍ରସାରଣ ହେବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ଭିତରେ ୨୬ କିଲୋମିଟର ଲମ୍ବର ମେଟ୍ରୋ ରେଲୱେରେ ରହିବ ୨୦ଟି ଷ୍ଟେସନ । ପ୍ରାଥମିକ ପର୍ଯ୍ୟାୟରେ ୩ଟି କୋଚକୁ ନେଇ ମେଟ୍ରୋ ଟ୍ରେନ୍ ଚଳପ୍ରଚଳ କରିବ । ଯାହାର ଯାତ୍ରୀ କ୍ଷମତା ରହିବ ୭୬୫ । ଯାତ୍ରୀ ସଂଖ୍ୟା ବୃଦ୍ଧି ହେଲେ କୋଚ୍ ସଂଖ୍ୟା ବଢ଼ାଯିବ । ଘଣ୍ଟାପ୍ରତି ୮୫ କିମି ବେଗରେ ଗଡ଼ିବ ଏହି ମେଟ୍ରୋ ଟ୍ରେନ୍ । ଅତ୍ୟାଧୁନିକ କୋଚ, ସିଗନାଲ ବ୍ୟବସ୍ଥା ଓ ଅତ୍ୟାଧୁନିକ ଟିକେଟିଂ ବ୍ୟବସ୍ଥା କରାଯିବ । ପ୍ରତି ୧୦ ମିନିଟରେ ଚଳାଚଳ କରିବ ମେଟ୍ରୋ ଟ୍ରେନ୍ ।

ପୂର୍ବ ସରକାର ୨୦୨୮ ସୁଦ୍ଧା ସାରିବାକୁ ଏହାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ନୂଆ ସରକାର ୨୦୨୭ ସୁଦ୍ଧା ପ୍ରକଳ୍ପ ସାରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥିସହିତ ନୂଆ DPR ପ୍ରସ୍ତୁତ କରି ଏହାକୁ ସଂପ୍ରସାରଣ କରିବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର । ତେବେ କେତେ ଶୀଘ୍ର ମେଟ୍ରୋ କାମ ଶେଷ ହେଉଛି ତାହା ଉପରେ ଦ୍ୱୈତନଗରୀ ବାସିନ୍ଦାଙ୍କ ନଜର ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com