ଅନ୍ତର୍ଜାତୀୟଓଡ଼ିଶାଜାତୀୟଶିକ୍ଷା
ନେପାଳୀ ଛାତ୍ରୀଙ୍କ ମୃତ୍ୟୁର ପ୍ରାଥମିକ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ୱର : KIIT ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ତଦନ୍ତ ଆରମ୍ଭ ହୋଇଛି। ପୁଲିସ ଯାହା କରିବା କଥା କରୁଛି। ପ୍ରାଥମିକ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
KIIT ବିଶ୍ବବିଦ୍ୟାଳୟରେ ପଢୁଥିବା ଜଣେ ବିଦେଶୀ ଛାତ୍ରୀ ଜୀବନ ହାରିଥିବା ନେଇ ଗୁରୁବାର ସନ୍ଧ୍ୟାରେ ସୂଚନା ମିଳିଥିଲା। ମୃତ ଛାତ୍ରୀ ପ୍ରୀଶା ଶାହ ନେପାଳର ବୀରଗୁଂଜର ବାସିନ୍ଦା। ତାଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। କିଟ୍ ଛାତ୍ରୀ ନିବାସ ଭିତରେ ନେପାଳୀ ଛାତ୍ରୀ ଜୀବନ ହରାଇଥିବା ନେଇ ପୁଲିସ କମିସନର ସୁରେଶ ଦେବଦତ୍ତ ସୂଚନା ଦେଇଥିଲେ। ସେ କମ୍ପ୍ୟୁଟର ସାଇନ୍ସ ବିଷୟରେ ପ୍ରଥମ ବର୍ଷର ଛାତ୍ର ଥିଲେ ଏବଂ ଛାତ୍ରାବାସରେ ରହୁଥିଲେ ବୋଲି କୁହାଯାଉଛି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ଏଯାଏଁ ସ୍ପଷ୍ଟ ଭାବେ ଜଣା ପଡ଼ିନାହିଁ। ତେବେ ଏନେଇ KIIT ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ।