ଅନ୍ତର୍ଜାତୀୟଓଡ଼ିଶାଜାତୀୟ

KIIT ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ

ଭୁବନେଶ୍ୱର :  KIIT ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ହଷ୍ଟେଲ ଭିତରୁ ମୃତଦେହ ଜବତ କରିଛି କମିଶନରେଟ ପୋଲିସ । ଘଟଣାସ୍ଥଳରେ ଇନଫୋସିଟି ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। କେଉଁ ପରିସ୍ଥିତିରେ ଛାତ୍ରୀଙ୍କର ମୃତ୍ୟୁ ହେଲା ଏଯାଏଁ ଜଣା ପଡ଼ିନାହିଁ । ଏହା ହତ୍ୟା ନା ଆତ୍ମହତ୍ୟା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ଏହି ଘଟଣାରେ ସମ୍ପର୍କରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କ’ଣ କହୁଛନ୍ତି ଦେଖନ୍ତୁ ।

ତେବେ ଗତ ଫେବୃଆରୀ ୧୬, ୨୦୨୫ରେ ମଧ୍ୟ ଜଣେ ୨୦ ବର୍ଷୀୟା ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ଖବର ସାମ୍ନାକୁ ଆସିଥିଲା । ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ଉତ୍ପୀଡ଼ନର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାସନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ “ଗୁରୁତର ଅବହେଳା” ବୋଲି କହିଥିଲେ । ଏବେ ଏହା ଦ୍ୱିତୀୟ ଏଭଳି ଘଟଣା । ତେବେ ଏହି ଘଟଣା ପରେ KIIT ବିଶ୍ୱବିଦ୍ୟାଳୟରେ ପରିଚାଳନା ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com