
କଟକ : ଆଜି ବାହାରିବ ଦଶମ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଫଳ ପ୍ରକାଶିତ ହେବା ନେଇ କୁହାଯାଇଛି । ସନ୍ଧ୍ୟା ୬ଟା ପରେ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷା ଫଳ ଦେଖିପାରିବେ। ଯେଉଁ ସ୍ଥାନରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ ।
ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ । ଚଳିତ ବର୍ଷ ଫେବୃଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ତେବେ ଚଳିତ ବର୍ଷ ସାମାଜିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଥିଲା । ମାଟ୍ରିକ ସହ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର ଏକା ସହିତ ମୂଲ୍ୟାୟନ କରାଯାଇଛି ।