ଐତିହ୍ୟ ଓ ସଂସ୍କୃତିଓଡ଼ିଶାଜାତୀୟ
ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ ନୋଟିସ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ : ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ । ଏହାକୁ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ନୋଟିସ ଗ୍ରହଣ କରିବାର ୨ ଦିନ ମଧ୍ୟରେ ଉତ୍ତର ରଖିବାକୁ କୁହାଯାଇଛି ।
ନୋଟିସରେ କୁହାଯାଇଛି ଯେ, ଦୀଘା ଠାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ରାମକୃଷ୍ଣ ଯୋଗଦାନ କରି ସେବକ ଦଳର ନେତୃତ୍ବ ନେଉଥିବା ଚିତ୍ର ତଥା ଭିଡିଓ ବିଭିନ୍ନ ଗଣମାଧ୍ୟମରେ ବହୁଳ ଭାବେ ପ୍ରସାରିତ ହୋଇଛି । “ଜଗନ୍ନାଥ ଧାମ- ଦୀଘା” ନାମିତ ଏକ ମନ୍ଦିରର କାର୍ଯ୍ୟକ୍ରମକୁ ଶ୍ରୀମନ୍ଦିର ସେବକ ଭାବେ କାହିଁକି ଯୋଗଦେଲେ ଏବଂ ସେତେବେଳେ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତାମାନଙ୍କୁ ଏହାର ପ୍ରତିବାଦ କରିଥିଲେ ନା ନାହିଁ, ସେନେଇ କୈଫିୟତ୍ ରଖିବାକୁ ନୋଟିସରେ କୁହାଯାଇଛି ।
୨ ଦିନ ଭିତରେ ସନ୍ତୋଷ ଜନକ ଉତ୍ତର ନମିଳିଲେ , ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ନୋଟିସ୍ ଦେଇଛନ୍ତି ।