ଓଡ଼ିଶା
SHG ମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ବିଷୋୟୀ : ମୟୂରଭଞ୍ଜ ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ। ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ । ମୟୂରଭଞ୍ଜ ବିଷୋୟୀ ଠାରେ ଆୟୋଜିତ ସଭାରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସେହିପରି ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ହିତାଧିକାରୀଙ୍କୁ ମୃତ୍ୟୁ ସହାୟତା ରାଶି, ଶ୍ରମିକ ମାନଙ୍କ କନ୍ୟାମାନଙ୍କ ପାଇଁ ବିବାହ ପ୍ରୋତ୍ସାହନ ରାଶି ଓ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି । ସେହିଭଳି ୨୦୩୬ ସୁଦ୍ଧା ୩୬ଟି ସ୍ପଷ୍ଟ କାର୍ୟ୍ୟକ୍ରମ ପ୍ରସ୍ତୁତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’ । ତେବେ ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାରେ ୪୨୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।