ଓଡ଼ିଶାଜାତୀୟବାଣିଜ୍ୟ

ଲୋକସେବା ଭବନରେ ମୋହନ-ନବୀନ ଆଲୋଚନା

ଭୁବନେଶ୍ୱର : ଇସ୍ପାତ ଜଗତର ଏକାଧିକ ପ୍ରତିନିଧି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି । ସେମାନଙ୍କ ମଧ୍ୟରେ ରହିଛନ୍ତି ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲ । ଲୋକସେବା ଭବନରେ ଅନୁଷ୍ଠିତ ଏହି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା ହୋଇଛି ।

ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍ ଟନ୍ ରହିଛି । ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍ ଟନ୍ ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ । ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ।

ତେଣୁ ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି । ଚଳିତ ବର୍ଷ ୩୦ଟି ଲୁହାପଥର ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com