
ଭୁବନେଶ୍ୱର୦୭/ଜୁନ୍ :ଘୁଞ୍ଚିଲା ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗ୍ରସ୍ତ ତାରିଖ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ମୋଦି ପୂର୍ବରୁ ଜୁନ୍ ୧୨ ତାରିଖରେ ଓଡିଶା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା , ଯାହାକୁ ଏବେ ଜୁନ୍ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂଶୋଧିତ କାର୍ଯ୍ୟସୂଚୀ ବିଷୟରେ ସୂଚନା ଦେଇଛନ୍ତି। ସେ ଓଡ଼ିଶାରେ ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ଉତ୍ସବରେ ଯୋଗଦେବା ନିମନ୍ତେ ଆସିବେ ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ଦିଲ୍ଲୀ ଗସ୍ତ ସମୟରେ ନିମନ୍ତ୍ରଣ କରିଥିଲେ। ଗୋଟିଏ ବର୍ଷ ପୂର୍ତ୍ତି ଅବସରରେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କର ଏକ ବର୍ଷ କାର୍ଯ୍ୟଦକ୍ଷତା ରିପୋର୍ଟ କାର୍ଡ ପ୍ରଦାନ କରିବେ।