ଓଡ଼ିଶାରାଜନୀତି

ନବୀନ ପଟ୍ଟାନାୟକ ଅସୁସ୍ଥ ; ଚିକିତ୍ସା ପାଇଁ ଯିବେ ମୁମ୍ବାଇ

ଭୁବନେଶ୍ୱର, ୧୯ ।୦୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବେ ବୋଲି ତାଙ୍କ ଟ୍ୱିଟର ମଧ୍ୟମରୁ ସୂଚନା ମିଳିଛି । ଆସନ୍ତା ୨୨ ଜୁନରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ। ଏ କଥା ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି |

ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ, ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚଳିତ ମାସ ୨୨ ତାରିଖରେ ମୁମ୍ବାଇ ସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥରାଇଟିସ୍‌ ସମ୍ବନ୍ଧୀୟ ଚିକିତ୍ସା କରାଇବାକୁ ମୁଁ ମୁମ୍ବାଇ ଯାଉଛି। ମୋର ବ୍ୟକ୍ତିଗତ ଡାକ୍ତର ଡା. ରମାକାନ୍ତ ପଣ୍ଡା ଏହା ତତ୍ୱାବଧାନ କରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଆଶୀର୍ବାଦ ଏବଂ ମୋର ପ୍ରିୟ ଓଡ଼ିଶାବାସୀଙ୍କ ଶୁଭେଚ୍ଛାକୁ ସାଥିରେ ନେଇ ମୁଁ ମୁମ୍ବାଇ ଯାଉଛି। ଶୀଘ୍ର ସୁସ୍ଥ ହୋଇ ପୁଣିଥରେ ଆପଣମାନଙ୍କ ସେବା ପାଇଁ ଓଡ଼ିଶା ଫେରି ଆସିବି।

ସେ ଏହି ପୋଷ୍ଟ ମାଧ୍ୟମରେ ଜନ ସାଧାରଣଙ୍କ ଆଶୀର୍ବାଦ ମାଗିଛନ୍ତି ଓ ଶୀଘ୍ର ସୁସ୍ତ ହୋଇ ଓଡିଶା ବାସୀଙ୍କ ସେବା କରିବେ ବୋଲି ଜଣାଇଛନ୍ତି |

ଏହି ଖବର ଓଡ଼ିଶାରେ ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଅନେକ ସମର୍ଥକ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ଏହି ଯାତ୍ରା ଏବଂ ଚିକିତ୍ସା ସମ୍ପର୍କରେ ଅଧିକ ତଥ୍ୟ ଆଗାମୀ ଦିନରେ ଶୀଘ୍ର ସାମ୍ନାକୁ ଆସିବ ବୋଲି ଆଶା କରାଯାଇଛି।

 

 

Related Articles

Back to top button
WP Twitter Auto Publish Powered By : XYZScripts.com