ଓଡ଼ିଶା
ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ
ଭୁବନେଶ୍ଵର /ବ୍ରହ୍ମପୁର;୧୨|୦୮|୨୦୨୫: ଆଜି ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।
ଯୁବ ବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସଶକ୍ତିକରଣକୁ ପ୍ରାଥମିକତା ଦେଇ ଏହି ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହାକି ଅଗଷ୍ଟ ୧୨ ରୁ ଆରମ୍ଭ ହୋଇ ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ।