Breaking Newsଓଡ଼ିଶାମୌସୁମୀ
ପ୍ରବଳ ବର୍ଷା ର ସମ୍ଭାବନା

ଭୁବନେଶ୍ୱର, ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, , ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।