
ଭୁବନେଶ୍ୱର, ୮/୦୯/୨୦୨୫ : ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଚେନ୍ନାଇସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି।
ସ୍ୱର୍ଗତଃ ଢୋଲକିଆ ୨୦୦୪, ୨୦୦୯, ୨୦୧୯ ଓ ୨୦୨୪ରେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ତତ୍କାଳୀନ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗରେ କ୍ୟାବିନେଟ୍ ମନ୍ତ୍ରୀ ହୋଇଥିଲେ। ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ। ଢୋଲକିଆଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି।
ସ୍ୱର୍ଗତଃ ଢୋଲକିଆଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି