ଓଡ଼ିଶାରାଜନୀତି

ଆଜି ସୁଭଦ୍ରା ସମୀକ୍ଷା ବୈଠକ

ଭୁବନେଶ୍ୱର,୧୦/୦୯/୨୦୨୫: ଆଜି ସୁଭଦ୍ରା ଯୋଜନାର ହେବ ସମୀକ୍ଷା ବୈଠକ | ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଲେ ସୂଚନା |ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା | ୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ | ପରିବହନ, ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା |ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ ତଥ୍ୟ ମଗାଯାଇଥିଲା | ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ସ୍ୱାସ୍ଥ୍ୟ ବିଭାଗକୁ କୁହାଯାଇଛି | ଧାନ ବିକ୍ରି ତଥ୍ୟ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଥିଲା | ବାଦ୍ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ହୋଇପାରେ ବଡ ନିଷ୍ପତ୍ତି ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା |

Related Articles

Back to top button