ଓଡ଼ିଶାରାଜନୀତି

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ

ଭୁବନେଶ୍ୱର ୨୦/ ୦୯ /୨୦୨୫ : ବୀରମିତ୍ରପୁର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ | ୬୭ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଥିବା ସୂଚନା ରହିଛି | ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ | ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ | ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି | ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ | ସେ ଓଡିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ ଥର ନିଜର ଦାୟିତ୍ୱ ତୁଲାଇଛନ୍ତି | ସେ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ ଓ୨୦୧୪ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ | ସୁନ୍ଦରଗଡ ଜିଲ୍ଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା | ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

 

Related Articles

Back to top button