
ଭୁବନେଶ୍ୱର,ଓଡ଼ିଶାରେ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଅର୍ଥାତ୍ ସେପ୍ଟେମ୍ବର ୨୯ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର,ବୌଦ୍ଧ, ନୂଆପଡ଼ା,ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ଵର,ଭଦ୍ରକ, ଯାଜପୁର,ଯାଜପୁର, କେନ୍ଦ୍ରାପଡ଼ା,କେନ୍ଦ୍ରାପଡ଼ା,କଟକ,ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୩୦ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅକ୍ଟୋବର ୨ ତାରିଖ ପାଇଁ ମଧ୍ୟ ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି ଓ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା,ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,କୋରାପୁଟ, ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ପବନ ହେବାର ସମ୍ଭାବନା ରହିଛି ।