ଜୀବନଶୈଳୀମୌସୁମୀ

୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର, ଆଜି ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଆଜିଠୁ 4 ଦିନ ଯାଏଁ ରାଜ୍ୟରେ ବଜ୍ରପାତ ଜନିତ ବର୍ଷା ଜାରି ରହିବ । ବିଶେଷକରି ଉପକୂଳ ଓ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ତେବେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏହିପରି ପ୍ରଭାବ ।

ଆସନ୍ତାକାଲି ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ ।

ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

Related Articles

Back to top button