ଓଡ଼ିଶା

ଲୋକସେବା ଭବନରେ  ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କାର୍ଯ୍ୟକ୍ରମ 

ଭୁବନେଶ୍ୱର ତା-୨୭/୧୦/୨୦୨୫;  ଲୋକସେବା ଭବନରେ ଆଜି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ୨ୟ ମହଲା ପ୍ରାଙ୍ଗଣରେ  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଯୋଜନା ଓ ସଂଯୋଜନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରିଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥପାଠ କରାଇଥିଲେ ।
                                                                   

 

Related Articles

Back to top button