ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି

ଭୁବନେଶ୍ୱର ,ଆଜି ସୁନା ଏବଂ ରୂପା ର ଦାମ ବଢିଛି। ସୁନା ପ୍ରତି 10 ଗ୍ରାମ 130,000 ଅତିକ୍ରମ କରିଛି, ଯେତେବେଳେ ରୂପା ପ୍ରତି କିଲୋଗ୍ରାମ 193,000 ର ନୂତନ ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି।ଆଜି ଭାରତୀୟ ବଜାରରେ, ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୯ ହଜାର ୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୩୦ ହଜାର ୩୨୦ ଟଙ୍କା ରହିଛି । ଗତକାଲି ଅର୍ଥାତ ବୁଧବାର ଅପେକ୍ଷା ଗୁରୁବାର ଦର ସାମାନ୍ୟ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି ।
ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ, ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୯ ହଜାର ୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୩୦ ହଜାର ୩୨୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦର ବଢିଥିବା ଦେଖିବାକୁ ମିଳିଛି ।ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୯ ହଜାର ୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୩୦ ହଜାର ୩୨୦ ଟଙ୍କା ରହିଛି ।




