
ଭୁବନେଶ୍ୱର ,ଓଡ଼ିଶା ସରକାର ଭୁବନେଶ୍ୱରରେ ପ୍ରତିଷ୍ଠା କରିବେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’। ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଯିବାକୁ ପଡ଼ୁଥିଲା।
ହେଲେ ଆଉ ସେଭଳି ସେଭଳି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାବାସୀ।ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ।
ଏଥିପାଇଁ ଓଡ଼ିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ। ଅନ୍ତର୍ଜାତୀୟ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ନୂଆଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା ।
ଭୁବନେଶ୍ୱରରେ, ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଉଛି।




