ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ମହାପ୍ରଭୁଙ୍କର ସୁନାବେଶ

 ଭୁବନେଶ୍ୱର ,ପ୍ରତିବର୍ଷ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ୫ ଥର ସୁନାବେଶ ହୋଇଥାଏ। ରତ୍ନ ସିଂହାସହନରେ ୪ ଥର, ରଥ ଉପରେ ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଦର୍ଶନ ଦେଇଥାନ୍ତି। ରତ୍ନ ସିଂହାସହନରେ ପୌଷ ପୂର୍ଣ୍ଣିମା, ଫାଲଗୁନ ପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା ଓ ବିଜୟାଦଶମୀରେ ମହାପ୍ରଭୁ ରାଜରାଜେଶ୍ୱର ବେଶ ଦର୍ଶନ ଦେଇଥାନ୍ତି। ଆଜି ପୌଷ ପୂର୍ଣ୍ଣିମା।  ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ଗତକାଲିଠୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କୁ ଅଭିଷେକ କରାଯିବ।ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ। ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ। ପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଆଜି ସକାଳ ଧୂପ ପରେ ହେବ ଏହି ବେଶ ଅନୁଷ୍ଠିତ ହେବ। ଏହି ବେଶରେ ମହାପ୍ରଭୁ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, କିରିଟ, ଶ୍ରୀପୟର, ଆଦି ବିବିଧ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ।

Related Articles

Back to top button