
ଭୁବନେଶ୍ୱର,ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା । ଏଣିକି ଖୋଲାଖୋଲି ମୋବାଇଲ୍ ବ୍ୟବହାର କରିପାରିବେନି, ସେବାୟତ । କଥାବାର୍ତ୍ତା ପାଇଁ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ ଯାଇ ଫୋନ୍ ବ୍ୟବହାର କରିପାରିବେ ।
ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।ଶ୍ରୀମନ୍ଦିର ଭିତରେ ମୋବାଇଲରେ, ବାରମ୍ବାର ଫଟୋ ଉଠୁଥିବାରୁ ଏଥିପାଇଁ କଡ଼ା ଆଇନ ଆସିବା ଆବଶ୍ୟକ ।
ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି ଅରବିନ୍ଦ ପାଢୀ କହିଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲାଯିବ, ତିଥି ଲଗ୍ନ ଦେଖି ସ୍ଥିର କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।
ସେହିଭଳି ରତ୍ନଅଳଙ୍କାର ଗଣତି ମଣତି ନେଇ ଚିଠା ମାର୍ଗଦର୍ଶିକା ବୈଠକରେ ଅନୁମୋଦିତ ହୋଇଛି। ଏହା ରାଜ୍ୟ ସରକାରଙ୍କୁ ପଠାଯିବ, ଅନୁମୋଦନ ମିଳିବା ପରେ ସ୍ପଷ୍ଟ ହେବ ।
ଏଣିକି ୫୦୦ ଟଙ୍କା ବଦଳରେ ୨୪୦ ଟଙ୍କା ଆଦାୟ ହେବ ପାର୍କିଂ ଫି । ଚାରିଆଡୁ ବିରୋଧ ପରେ ପାର୍କିଂ ଫି କମ କରାଯାଇଥିବା ସୂଚନା ରହିଛି ।




