ଜଟଣୀ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ; ଜଟଣୀ ବ୍ଲକ ଅନ୍ତର୍ଗତ ପଦନପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ମୋଟ ୫୮ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୫୧ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ତୁରନ୍ତ ସମାଧାନ କରାଯାଇଥିଲା ୪ ଗୋଟି ଅଭିଯୋଗ । ଏତଦ ବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, B.D.O. ବସନ୍ତ ହାତୀ, ତହସିଲଦାର, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଅତିରିକ୍ତ D.C.P. ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜନଶୁଣାଣିକୁ ଆସିଥିବା ଜନସାଧାରଣଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଜନସାଧାରଣଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।




