
ଭୁବନେଶ୍ୱର ,ବିଶିଷ୍ଠ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକରେ, ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର, ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କନକବର୍ଦ୍ଧନ ସିଂହ ଦେଓ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ପ୍ରଭାତି ପରିଡା କହିଛନ୍ତି ଘରେ ଘରେ ପରିଚିତ ସଙ୍ଗୀତ ନିର୍ଦ୍ଦେଶକ ତଥା ସୁପ୍ରସିଦ୍ଧ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ପରଲୋକ ଖବର ଶୁଣି ମୁଁ ଗଭୀର ଦୁଃଖିତ ଏବଂ ମର୍ମାହତ । ତାଙ୍କ ଦେହାନ୍ତ ଓଡ଼ିଆ ମନୋରଞ୍ଜନ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ମହାପ୍ରଭୁ ଶ୍ରୀଜଗନ୍ନାଥ ଅମର ଆତ୍ମାକୁ ସଦଗତି ପ୍ରଦାନ କରନ୍ତୁ ।




