ଜାତୀୟରାଜନୀତି

ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ ।

ଭୁବନେଶ୍ୱର ,ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ ଫ୍ଲାଇପାଷ୍ଟ ଦେଶର ଗର୍ବ, ପ୍ରଗତି ଓ ଏକତାର ପ୍ରତୀକ ସାଜିଛି । ଏହି ପରେଡ ଦେଖି ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଗର୍ବରେ ଭରିଯାଇଛି । ସାମରିକ ପରେଡ ସହିତ ରାଜ୍ୟ ଏବଂ ବିଭାଗ ଗୁଡିକର ପ୍ରଜ୍ଞାପନ ମେଢ ଗୁଡିକ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି । ଏହି ପରେଡ ଆଧୁନିକ ଭାରତ, ଏକ ବିକାଶଶୀଳ ଭାରତ ଏବଂ ଭାରତୀୟ ପରମ୍ପରା ଏବଂ ସଂସ୍କୃତିକୁ ପ୍ରଦର୍ଶିତ କରିଛି ।ସାଧାରଣତନ୍ତ୍ର ଦିବସରେ ଭାରତ-ୟୁରୋପୀୟ ସଂଘ ସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ୟୁରୋପୀୟ କମିଶନର ସଭାପତି ଉର୍ସୁଲା ଭନ୍ ଡେର୍ ଲେୟେନ୍ ଏବଂ ୟୁରୋପୀୟ ପରିଷଦର ସଭାପତି ଆଣ୍ଟୋନିଓ କୋଷ୍ଟାଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରିତ ହୋଇଛନ୍ତି ।

Related Articles

Back to top button